ହିଟ୍ ୱେଭ୍ ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଜି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୩ ମଇ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ହିଟ୍ ୱେଭ୍ ନେଇ ୨୩ ତାରିଖ ୩ ଜିଲ୍ଲା (ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥି
ହିଟ୍ ୱେଭ୍ ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଜି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୩ ମଇ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ହିଟ୍ ୱେଭ୍ ନେଇ ୨୩ ତାରିଖ ୩ ଜିଲ୍ଲା (ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୪ ଜିଲ୍ଲା(ଖୋର୍ଦ୍ଧା, ବୌଦ୍ଧ, କଳାହାଣ୍ଡି, ନୂଆପଡା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୨୪ ତାରିଖ ୩ ଜିଲ୍ଲା (ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖ ୩ ଜିଲ୍ଲା (ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ୨୬ ଓ ୨୭ ତାରିଖ ୩ ଜିଲ୍ଲା (ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande