
ଭୁବନେଶ୍ୱର, ୨୩ ମଇ (ହି.ସ.)- ମଇ ୨୩ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୨୦ ଜିଲ୍ଲା, ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ୧୬ ଜିଲ୍ଲା, ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲା, ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ଦୁଇ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ