ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୪ ମଇ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ଅର୍ଥାତ୍ ମଇ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭ
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୪ ମଇ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ଅର୍ଥାତ୍ ମଇ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି ।

ଅନୁରୂପ ଭାବେ ଗରମ ଓ ଗୁଳୁଗୁଳି ନେଇ ୨୫ ତାରିଖ ୧୫ ଜିଲ୍ଲା, ୨୬ ତାରିଖ ୧୫ ଜିଲ୍ଲା, ୨୭ ତାରିଖ ୧୪ ଜିଲ୍ଲା, ୨୮ ତାରିଖ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande