
ଭୁବନେଶ୍ୱର, ୨୪ ମଇ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
୨୪ ତାରିଖ ହିଟ୍ ୱେଭ୍ ନେଇ ୪ ଜିଲ୍ଲା (ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ସୋନପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ହିଟ୍ ୱେଭ୍ ନେଇ ୨୫ ତାରିଖ ୪ ଜିଲ୍ଲା (ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨ ଜିଲ୍ଲା (ସୋନପୁର, କଳାହାଣ୍ଡି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖ ହିଟ୍ ୱେଭ୍ ନେଇ ୪ ଜିଲ୍ଲା (ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୪ ଜିଲ୍ଲା (କଳାହାଣ୍ଡି, ନୂଆପଡା, ସୋନପୁର, ବରଗଡ଼)ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ୨୭ ତାରିଖ ହିଟ୍ ୱେଭ୍ ନେଇ ୪ ଜିଲ୍ଲା (ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୫ ଜିଲ୍ଲା (କଳାହାଣ୍ଡି, ନୂଆପଡା, ସୋନପୁର, ବରଗଡ଼, କନ୍ଧମାଳ)ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖ ହିଟ୍ ୱେଭ୍ ନେଇ ୪ ଜିଲ୍ଲା (ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୫ ଜିଲ୍ଲା (କଳାହାଣ୍ଡି, ନୂଆପଡା, ସୋନପୁର, ବରଗଡ଼, କନ୍ଧମାଳ) ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ