
ଭୁବନେଶ୍ୱର, ୨୪ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି । କେନ୍ଦୁଝର ଜିଲ୍ଲାର କେନ୍ଦୁଝରଗଡ଼ରେ ସର୍ବାଧିକ ୧୫.୯ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ନୟାଗଡ଼ ଜିଲ୍ଲାର ନୂଆଗାଁରେ ୧୦.୨ ମି.ମି., ଯାଜପୁର ଜିଲ୍ଲାର ଦାନଗଦିରେ ୫.୮ ମି.ମି., ମୟୂରଭଞ୍ଜ ଜିଲ୍ଲାର ନୱାନାରେ ୫.୦ ମି.ମି., କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ୩.୬ ମି.ମି., ଯାଜପୁର ଜିଲ୍ଲାର ସୁକିନ୍ଦାରେ ୩.୦ ମି.ମି. ଏବଂ କେନ୍ଦୁଝର ଜିଲ୍ଲାର ଦୈତାରୀରେ ୦.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ