କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୪ ମଇ (ହି.ସ.)- ମଇ ୨୩ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୦ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱ
କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୪ ମଇ (ହି.ସ.)- ମଇ ୨୩ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୦ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଞ୍ଜାମ, ଗଜପତି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ୧୧ ଜିଲ୍ଲା, ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୧୭ ଜିଲ୍ଲା, ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ୧୭ ଜିଲ୍ଲା, ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ୧୫ ଜିଲ୍ଲା, ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ସୁଦ୍ଧା ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande