
ଭୁବନେଶ୍ୱର, ୨୫ ମଇ (ହି.ସ)- ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନଠାରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ରାଷ୍ଟ୍ରପତିଙ୍କଠାରୁ ୨୦୨୬ ମସିହା ପାଇଁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଥିବା ଓଡ଼ିଶାର ବିଶିଷ୍ଟ ଗବେଷକ ଓ ସାହିତ୍ୟିକ ଡ. ମହେନ୍ଦ୍ର କୁମାର ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
ଏକ ଶୁଭେଚ୍ଛା ବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ତାଙ୍କର ଅବଦାନ ପାଇଁ ମିଳିଥିବା ଏହି ଅନନ୍ୟ ସ୍ୱୀକୃତି ସମଗ୍ର ରାଜ୍ୟ ପାଇଁ ଏକ ଅତ୍ୟନ୍ତ ଗର୍ବ ଓ ଗୌରବର ବିଷୟ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କର ସୁସ୍ଥ, ନିରାମୟ ଜୀବନ ଓ ଉତରୋତର ଉନ୍ନତି କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା