କୋଲାବିରା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର; ୩୪ଟି ଅଭିଯୋଗର ଶୁଣାଣି
ଝାରସୁଗୁଡା, ୨୫ ମଇ (ହି.ସ.)- କୋଲାବିରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଯୁଗ୍ମ ଜନଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଜି ଆର ରାଘବେନ୍ଦ୍ର ଯୋଗ ଦେଇଥିଲେ
କୋଲାବିରା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର; ୩୪ଟି ଅଭିଯୋଗର ଶୁଣାଣି


ଝାରସୁଗୁଡା, ୨୫ ମଇ (ହି.ସ.)-

କୋଲାବିରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଯୁଗ୍ମ ଜନଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଜି ଆର ରାଘବେନ୍ଦ୍ର ଯୋଗ ଦେଇଥିଲେ। ଜିଲ୍ଲାପାଳ ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ପ୍ରତ୍ୟକ୍ଷ ଶୁଣାଣି କରିବା ସହ ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଶିବିରରେ ମୋଟ ୩୪ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ହୋଇଥିବା ବେଳେ ୧୪ଟି ସାମୂହିକ ଅଭିଯୋଗ ରହିଥିଲା। ଏହି ଶିବିରରେ ମୁଖ୍ୟତଃ ରାସନ କାର୍ଡ, ଜମିଜମା ବିବାଦ, ପାନୀୟ ଜଳ ଯୋଗାଣ, ଶିକ୍ଷା ସମ୍ବନ୍ଧୀୟ ଏବଂ ଅନ୍ୟାନ୍ୟ ଯୋଜନା ସମ୍ପର୍କରେ ଅଭିଯୋଗମାନ ଆସିଥିଲା। ଜିଲ୍ଲାପାଳ ପ୍ରତ୍ୟେକଟି ଆବେଦନକୁ ଗୁରୁତ୍ୱର ସହ ବିଚାର କରି କେତେକ ସମସ୍ୟାର ତତ୍କାଳ ସମାଧାନ କରିବା ପାଇଁ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ଶିବିରରେ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ତଥା ଉନ୍ନୟନ ଅଧିକାରୀ ବିଶ୍ଵ ରଞ୍ଜନ ନାୟକ, ଉପ-ଜିଲ୍ଲାପାଳ ସବ୍ୟସାଚୀ ପଣ୍ଡା, ତହସିଲଦାର, ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ


 rajesh pande