ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଶ୍ରାଦ୍ଧଦିବସ ପାଳିତ
ଭୁବନେଶ୍ୱର, ୨୫ ମଇ (ହି.ସ)- ଉତ୍କଳମାତାର ସୁଯୋଗ୍ୟ ସନ୍ତାନ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଥିଲେ ଏକାଧାରରେ ଆଦର୍ଶ ସୁଶାସକ, ପ୍ରଜାବତ୍ସଳ ଓ ଦୂରଦ୍ରଷ୍ଟା ରାଜା, ବିଚକ୍ଷଣ ରାଜନୀତିଜ୍ଞ, ଦେଶଭକ୍ତ, ଶିକ୍ଷାନୁରାଗୀ ଏବଂ ସାହିତ୍ୟାନୁରାଗୀ । ଓଡ଼ିଆଭାଷୀ ଅଞ୍ଚଳର ଏକତ୍ରୀକରଣ ଓ
ri6fu


ଭୁବନେଶ୍ୱର, ୨୫ ମଇ (ହି.ସ)- ଉତ୍କଳମାତାର ସୁଯୋଗ୍ୟ ସନ୍ତାନ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଥିଲେ ଏକାଧାରରେ ଆଦର୍ଶ ସୁଶାସକ, ପ୍ରଜାବତ୍ସଳ ଓ ଦୂରଦ୍ରଷ୍ଟା ରାଜା, ବିଚକ୍ଷଣ ରାଜନୀତିଜ୍ଞ, ଦେଶଭକ୍ତ, ଶିକ୍ଷାନୁରାଗୀ ଏବଂ ସାହିତ୍ୟାନୁରାଗୀ । ଓଡ଼ିଆଭାଷୀ ଅଞ୍ଚଳର ଏକତ୍ରୀକରଣ ଓ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ଭୂମିକା ଥିଲା ଅତୁଳନୀୟ । ସେ ଥିଲେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଏବଂ ତାଙ୍କର ପ୍ରଧାନମନ୍ତ୍ରୀତ୍ୱ କାଳରେ ସେ ଓଡ଼ିଶାରେ ଅନେକ ଜନହିତକର ଏବଂ ଉନ୍ନୟନମୂଳକ କାର୍ଯ୍ୟ କରିଯାଇଛନ୍ତି । ୧୯୧୪ ମସିହା ଡିସେମ୍ବର ମାସରେ ପାରଳାଖେମୁଣ୍ଡିଠାରେ ଅନୁଷ୍ଠିତ ‘ଉତ୍କଳ ସମ୍ମିଳନୀ’ର ଅଧିବେଶନରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଉତ୍କଳର ଏକତ୍ରୀକରଣ ତଥା ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ଦାବି କରି ଯେଉଁ ଓଜଃସ୍ୱିନୀ ବକ୍ତବ୍ୟ ଦେଇଥିଲେ ତାହା ଅନ୍ୟମାନଙ୍କୁ ଉଦ୍?ବୁଦ୍ଧ ତଥା ଅନୁପ୍ରେରିତ କରିବା ସହିତ ସ୍ୱତନ୍ତ୍ର ପ୍ରଦେଶ ଗଠନର ମୂଳଦୂଆ ରଖିଥିଲା । ୧୯୭୪ ମସିହା ମଇ ମାସ ୨୫ ତାରିଖରେ ୮୨ ବର୍ଷ ବୟସରେ ପାରଳାଖେମୁଣ୍ଡି ସହରରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ କର୍ମମୟ ଜୀବନର ଅବସାନ ଘଟିଥିଲା ।

ସୋମବାର ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ପୂର୍ବତନ ମନ୍ତ୍ରୀ ଡ. ଅରବିନ୍ଦ ଢାଲି, ପୂର୍ବତନ ବିଧାୟକ ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ଉତ୍କଳ ସମ୍ମିଳନୀର ସଦସ୍ୟବୃନ୍ଦ, ଗଜପତି ବିକାଶ ପରିଷଦର ବରିଷ୍ଠ କର୍ମକର୍ତା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତଙ୍କ ସମେତ ବହୁ ବୁଦ୍ଧିଜୀବ ପ୍ରମୁଖ ଉପସ୍ଥିତ ରହି କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ରୋଜାଲିନ୍ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande