
ଭୁବନେଶ୍ୱର, 25 ମେ (ହି.ସ.)- ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା
ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପୁଣ୍ୟତିଥି ଅବସରରେ ବିଧାନସଭା ପରିସରରେ ଥିବା
ତାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।
ଏହି ଅବସରରେ ବାଚସ୍ପତି
ଶ୍ରୀମତୀ ସୁରମା ପାଢି, ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଭି ସିଂହଦେଓ ଏବଂ ଅନ୍ୟ ମାନ୍ୟଗଣ୍ୟ
ବ୍ୟକ୍ତିଗଣ ଉପସ୍ଥିତ ଥିଲେ ।
ଏନେଇ ସୋସିଆଲ ମିଡିଆ
ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ବିନ୍ଧାଣି
ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଶ୍ରାଦ୍ଧ ବାର୍ଷିକୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି
ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା