ଓସିଏସ୍ ପରୀକ୍ଷାରେ ସଫଳ ପରୀକ୍ଷାର୍ଥୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୁଭେଚ୍ଛା
ଭୁବନେଶ୍ୱର, ୨୬ ମଇ (ହି.ସ.)- ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସେବା (ଓସିଏସ୍) ପରୀକ୍ଷାରେ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଏକ ଶୁଭେଚ୍ଛା ବାର୍ତାରେ କେନ
fgh


ଭୁବନେଶ୍ୱର, ୨୬ ମଇ (ହି.ସ.)- ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସେବା (ଓସିଏସ୍) ପରୀକ୍ଷାରେ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି।

ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଏକ ଶୁଭେଚ୍ଛା ବାର୍ତାରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ‘ଓଡ଼ିଶା ପ୍ରଶାସନିକ ସେବା - ୨୦୨୪’ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବୁବୁନ ସାହୁଙ୍କ ସମେତ ସମସ୍ତ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା । ଆପଣମାନେ ଲୋକସେବାରେ ନିଜକୁ ସମର୍ପିତ କରିବା ସହ ‘ବିକଶିତ ଓଡ଼ିଶା’ ଏବଂ ‘ବିକଶିତ ଭାରତ’ର ଲକ୍ଷ୍ୟକୁ ପୂରଣ କରିବା ଦିଗରେ ଦାୟିତ୍ୱ ନିର୍ବାହ କରିବେ ବୋଲି ମୋର ଆଶା ଓ ବିଶ୍ୱାସ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande