
ଭୁବନେଶ୍ୱର, ୨୬ ମଇ (ହି.ସ) - କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁରରେ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟଣାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି।
ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଶ୍ରୀ ପ୍ରଧାନ ଲେଖିଛନ୍ତି କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁରରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁବରଣ କରିବା ଘଟଣାରେ ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି ।
ଓଁ ଶାନ୍ତି
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା