
ଭୁବନେଶ୍ୱର, ୨୬ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେନ୍ଦୁଝର ଜିଲ୍ଲାର ବାଂଶପାଳରେ ସର୍ବାଧିକ ୨୬.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କନ୍ଧମାଳ ଜିଲ୍ଲାର ଟିକାବାଲିରେ ୨୬.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୧୪.୮ ମି.ମି., କନ୍ଧମାଳ ଜିଲ୍ଲାର ଚକାପାଦରେ ୧୪.୨ ମି.ମି., କୋରାପୁଟ ଜିଲ୍ଲାର ସିମିଳିଗୁଡାରେ ୧୪.୦ ମି.ମି., କେନ୍ଦୁଝର ଜିଲ୍ଲାର ତେଲକୋଇରେ ୧୩.୨ ମି.ମି., ଶାହରପଡାରେ ୧୨.୨ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ରରୁଆଁରେ ୧୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ