
ଭୁବନେଶ୍ୱର, ୨୬ ମଇ (ହି.ସ.)- ଗରମ ରାତି ନେଇ ୨୬ ତାରିଖ ରାଜ୍ୟର ଦୁଇଟି ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ରାତି ନେଇ ଆଜି ପାଇଁ ବଲାଙ୍ଗିର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ସମ୍ବଲପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ