
ଭୁବନେଶ୍ୱର, ୨୭ ମଇ (ହି.ସ)- ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭଳତି ଭୂଷଣ ଜେନାଙ୍କୁ ତାଙ୍କ ଜନ୍ମଦିନ ଅବସରରେ ଶୁଭଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଏକ୍ସରେ ଏକ ପୋଷ୍ଟରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଗୋପାଳପୁରର ଲୋକପ୍ରିୟ ବିଧାୟକ ତଥା ଓଡ଼ିଶା କ୍ୟାବିନେଟରେ ମୋର ସହଯୋଗୀ ବାଣିଜ୍ୟ, ପରିବହନ, ଇସ୍ପାତ ଓ ଖଣି ବିଭାଗର ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା