
ଭୁବନେଶ୍ୱର, ୨୭ ମଇ (ହି.ସ)- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବୁଧବାର ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଶ୍ରାଦ୍ଧ ଉତ୍ସବ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳେ ପିସିସି ସଭାପତି ଶ୍ରୀ ଦାସଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ମାଷ୍ଟରକ୍ୟାଂଟିନ ଛକସ୍ଥିତ ନେହେରୁ ପାର୍କରେ ଥିବା ପଣ୍ଡିତ ଜବାହରଲାଲ ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ କଂଗ୍ରେସ ଭବନ ପରିସରରେ ଥିବା ପଣ୍ଡିତ ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏହି ସମସ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଶ୍ରୀକାନ୍ତ ଜେନା, ଶିବାନନ୍ଦ ରାୟ, ସୁରେଶ କୁମାର ରାଉତରାୟ, ଅଭୟ ସାହୁ, ପ୍ରକାଶ ଜେନା, ଅରବିନ୍ଦ ଦାସ, ବାଙ୍କନିଧି ବେହେରା ପ୍ରମୁଖ ଅଂଶଗ୍ରହଣ କରିଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା