ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ ଶ୍ରୀଧର ନାୟକଙ୍କ ବିୟୋଗରେ ପୃଥ୍ୱୀରାଜ ହରିଚନ୍ଦନଙ୍କ ଶୋକ
ଭୁବନେଶ୍ୱର, 27 ମେ (ହି.ସ) ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ ଶ୍ରୀଧର ନାୟକଙ୍କ ବିୟୋଗରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ଶୋକ ବାର୍ତ୍ତା ସେୟାର କରି ମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ଓଡ଼ିଶା
ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ ଶ୍ରୀଧର ନାୟକଙ୍କ ବିୟୋଗରେ ପୃଥ୍ୱୀରାଜ     ହରିଚନ୍ଦନଙ୍କ ଶୋକ


ଭୁବନେଶ୍ୱର, 27 ମେ (ହି.ସ) ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ ଶ୍ରୀଧର ନାୟକଙ୍କ

ବିୟୋଗରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ

ମିଡିଆ ଏକ୍ସରେ ଏକ ଶୋକ ବାର୍ତ୍ତା ସେୟାର କରି ମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ଓଡ଼ିଶା

ପ୍ରଶାସନିକ ସେବା ଅଧିକାରୀ ତଥା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀଧର ନାୟକଙ୍କ ଅକାଳ ବିୟୋଗ

ବିଷୟରେ ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ଶ୍ରୀ

ନାୟକଙ୍କ ବିୟୋଗ ପ୍ରଶାସନିକ କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି। ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ

ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍ଗତି କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande