ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୮ ମଇ (ହି.ସ.)- ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୩୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୯ ତାରିଖ
ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୮ ମଇ (ହି.ସ.)- ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୩୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା(କେନ୍ଦୁଝର, ଦେବଗଡ଼, ଅନୁଗୁଳ, ସମ୍ବଲପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଭୀଷଣ ବର୍ଷା ନେଇ ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର) କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande