ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୮ ମଇ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ଅର୍ଥାତ୍ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର,
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୮ ମଇ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ଅର୍ଥାତ୍ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ।

ଅନୁରୂପ ଭାବେ ଗରମ ଓ ଗୁଳୁଗୁଳି ନେଇ ୨୯ ତାରିଖ ୧୧ ଜିଲ୍ଲା, ୩୦ ତାରିଖ ୧୧ ଜିଲ୍ଲା, ୩୧ ତାରିଖ ୧୧ ଜିଲ୍ଲା, ଜୁନ୍ ୧ ତାରିଖ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande