
ଭୁବନେଶ୍ୱର, ୨୮ ମଇ (ହି.ସ)- ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶାରେ ବିଜେପି ସରକାରଙ୍କ ୨ ବର୍ଷ ପୂର୍ତି ଅବସରରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ ବୋଲି ଗ୍ରୀନ୍ ସିଗ୍ନାଲ୍ ଦେଇଛନ୍ତି। ୪ ଦିନ ତଳେ ଦିଲ୍ଲୀରେ ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଇଥିଲୁ। ଜୁନ୍ ୧୨, ୨୦ କିମ୍ବା ସେପ୍ଟେମ୍ବର ୧୭ରେ ସମୟ ଦେବାକୁ ଅନୁରୋଧ କରିଛୁ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା