
ଭୁବନେଶ୍ୱର, ୨୮ ମଇ (ହି.ସ.)- ମଇ ୨୮ ତାରିଖ ସକାଳ ଠାରୁ ଜୁନ୍ ୪ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୭ ଜିଲ୍ଲା (ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଅନ୍ୟ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୩୧ ତାରିଖ ସକାଳ ଠାରୁ ଜୁନ୍ ୧ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା (ଗଞ୍ଜାମ, ଗଜପତି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଜୁନ୍ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ