
ଭୁବନେଶ୍ୱର, ୨୯ ମଇ (ହି.ସ.)- ଭୀଷଣ ବର୍ଷା ନେଇ ଆଗାମୀ ୨ ଦିନ ଅର୍ଥାତ୍ ଆସନ୍ତା ୩୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଭୀଷଣ ବର୍ଷା ନେଇ ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା (ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ