ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩୦ ମଇ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨ ଦିନ ଅର୍ଥାତ୍ ଆଜି ଓ ଆସନ୍ତାକାଲି ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭ
ଗରମ ଓ ଗୁଳୁଗୁଳି ନେଇ ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩୦ ମଇ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨ ଦିନ ଅର୍ଥାତ୍ ଆଜି ଓ ଆସନ୍ତାକାଲି ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ।

ଅନୁରୂପ ଭାବେ ଗରମ ଓ ଗୁଳୁଗୁଳି ନେଇ ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande