
ଭୁବନେଶ୍ୱର, ୩୦ ମଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟରେ ବିକ୍ଷିପ୍ତ ଭାବେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ପରବର୍ତୀ ୬ ଦିନ ଅର୍ଥାତ୍ ଆସନ୍ତାକାଲି ସକାଳ ଠାରୁ ଜୁନ୍ ୬ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ବିଚ୍ଛିନ୍ନ ଭାବେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ