ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରେକର୍ଡ଼ ହୋଇଥିବା ବର୍ଷା : କେନ୍ଦ୍ରାପଡା ଜିଲ୍ଲାର ଗରଦପୁରରେ ସର୍ବାଧିକ ୭୧.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୩୦ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେନ୍ଦ୍ରାପଡା ଜିଲ୍ଲାର ଗରଦପୁରରେ ସର୍ବାଧିକ ୭୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଭଦ୍ରକ ଜିଲ୍ଲାର ଧାମନଗରରେ ୫୬.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜାମଶୋଳାଘାଟରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରେକର୍ଡ଼ ହୋଇଥିବା ବର୍ଷା : କେନ୍ଦ୍ରାପଡା ଜିଲ୍ଲାର ଗରଦପୁରରେ ସର୍ବାଧିକ ୭୧.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୩୦ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେନ୍ଦ୍ରାପଡା ଜିଲ୍ଲାର ଗରଦପୁରରେ ସର୍ବାଧିକ ୭୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଭଦ୍ରକ ଜିଲ୍ଲାର ଧାମନଗରରେ ୫୬.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜାମଶୋଳାଘାଟରେ ୪୭.୮ ମି.ମି., ଯାଜପୁର ଜିଲ୍ଲାର ବିଞ୍ଝାରପୁରରେ ୪୭.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ୪୪.୦ ମି.ମି., ରାୟଗଡ଼ା ଜିଲ୍ଲାର କୋଟ୍ରାଗୁଡାରେ ୪୧.୮ ମି.ମି., ମୟୂରଭଞ୍ଜ ଜିଲ୍ଲାର ଉଦଳାରେ ୩୮.୪, ଭଦ୍ରକ ଜିଲ୍ଲାର ଆଖୁଆପଦାରେ ୩୬.୬ ମି.ମି., କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡାରେ ୩୬.୦ ମି.ମି., ଯାଜପୁର ଜିଲ୍ଲାର ବରୀରେ ୩୪.୦ ମି.ମି., ଗଜପତି ଜିଲ୍ଲାର ନୂଆଗଡ଼ରେ ୩୨.୬ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ ୩୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande