କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩୦ ମଇ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ମଇ ୩୦ ତାରିଖ ସକାଳ ଠାରୁ ଜୁନ୍ ୬ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୩ ଜିଲ୍ଲା(ସୁନ
କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩୦ ମଇ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ମଇ ୩୦ ତାରିଖ ସକାଳ ଠାରୁ ଜୁନ୍ ୬ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୩ ଜିଲ୍ଲା(ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, ନୂଆପଡା, କଳାହାଣ୍ଡି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୬୦ରୁ ୭୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୩୧ ତାରିଖ ସକାଳ ଠାରୁ ଜୁନ୍ ୧ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଗଞ୍ଜାମ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଜୁନ୍ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା (କନ୍ଧମାଳ, ଗଞ୍ଜାମ, ଗଜପତି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା ୧୮ ଜିଲ୍ଲା, ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୧୩ ଜିଲ୍ଲା, ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୧୧ ଜିଲ୍ଲା ଏବଂ ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande