
ମାଲକାନଗିରି,୯ ମଇ (ହି.ସ.)ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦେଶ କ୍ରମେ ଆଜି ମାଲକାନଗିରି ଜିଲ୍ଲା ଆଈନ ସେବା ପ୍ରାଧିକରଣ,ତାଲୁକ ଆଈନ ସେବା ପ୍ରାଧିକରଣ ମୋଟୁ ଏବଂ ଜେଏମଏଫସି ,ମାଥିଲି ଓ ଜେଏମଏଫସି , କୁଡୁମୁଲୁଗୁମ୍ମା, ଗ୍ରାମ ନ୍ୟାୟଳୟ, କୋରୁକୋଣ୍ଡା,ମାଲକାନଗିରି ଦ୍ବାରା ପ୍ରଥମ ଜାତୀୟ ସ୍ତରୀୟ ଲୋକ ଅଦାଲତ ମାଲକାନଗିରିର ସମସ୍ତ ବିଚାରଳୟ ତଥା ମାଥ୍ଲି, ମୋଟୁ, କୁଡୁମୁଲୁଗୁମ୍ମା ଠାରେ ମଧ୍ଯ ଅନୁଷ୍ଠିତ ହୋଇଯାଇଅଛି ।
ଏହି ଲୋକ ଅଦାଲତ ରେ ଅନ୍ୟ ମାନଙ୍କ ମଧ୍ୟ ରେ ମାଲକାନଗିରି ଜିଲ୍ଲା ଜଜ ତଥା ଆଈନ ସେବା ପ୍ରାକରଣ ର ଅଧକ୍ଷ୍ୟା ରାଜଲକ୍ଷ୍ମୀ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଜଜ ଶାନ୍ତନୁ କୁମାର ଦାସ, ମୁଖ୍ୟ ବିଚାର ବିଭାଗୀୟ ଦଣ୍ଡାକାରୀ ଡାଃ ପ୍ରଦୀପ କୁମାର ପ୍ରଧାନ, ଜିଲ୍ଲା ଆଈନ ସେବା ପ୍ରାଧିକରଣ ସଚିବ ତଥା ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀମତୀ ସୁଶ୍ରୀ ସଂଗୀତା ପାତ୍ର, ବରିଷ୍ଠ ଦେୱାନୀ ବିଚାରପତି ଲୋପାମୁଦ୍ରା ପ୍ରକାଶ, ଉପଖଣ୍ଡ ଦଣ୍ଡାଧିକାରି ଶ୍ରୀମତୀ ପ୍ରତିମା ସାହୁ ଏବଂ ଗ୍ରାମ ନ୍ୟାୟକାରୀ ପରିନିତା ନାୟକ, ପ୍ରଥମ ଶ୍ରେଣୀ ଦଣ୍ଡାକାରୀ, ମାଲକାନଗିରି ଆଦିତ୍ୟ କୁମାର ପୃଷ୍ଟୀ, ପ୍ରଥମ ଶ୍ରେଣୀ ଦଣ୍ଡାଧିକାରୀ, ମାଥ୍ଲି ରାହୁଲ କୁମାର ଜେନା, ପ୍ରଥମ ଶ୍ରେଣୀ ଦଣ୍ଡାଧ୍ କାରୀ, ମୋଟୁ ଅଂଶୁମାନ ଦାସ, ପ୍ରଥମ ଶ୍ରେଣୀ ଦଣ୍ଡାଧି କାରୀ, କୁଡୁମୁଲୁ ଗୁମ୍ମା ଶ୍ରୀମତୀ ବିମଲ ଲକ୍ଷ୍ମୀ ଚୌଧୁରୀ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ପ୍ରକାର ମୋକଦମା ର ଫଇସଲା କରିଥିଲେ ।
ଏହି ଜିଲ୍ଲାସ୍ତରୀୟ ଲୋକ ଅଦାଲତ ରେ ମୋଟ ୧୩୬୧୫ ଗୋଟି ମକଦ୍ଦମର ଫଇସଲା କରାଯାଇ ୪୬,୭୭,୨୨୫- ଟଙ୍କା ଧାର୍ଯ୍ୟ କରା ଯାଇଥିଲା । ଏହି ଲୋକ ଅଦାଲତ ରେ ଜିଲ୍ଲା କୋର୍ଟ, ଅତିରିକ୍ତ ଜିଲ୍ଲା ଜଜ କୋର୍ଟ, ଏସଡ଼ିଜେଏମ କୋର୍ଟ,ମୋଟୁ ଜେଏମଏଫସି କୋର୍ଟ, ମାଥୁଲି ଜେଏମଏଫସି କୋର୍ଟ, କୁଡୁମୁଲୁ ଗୁମ୍ମା ଜେଏମଏଫସି କୋର୍ଟ ଓ ଜିଲ୍ଲା ଆଈନ ସେବା ପ୍ରାକରଣ, ମାଲକାନଗିରି, ତାଲୁକ ଆଈନ ସେବା ସମିତି, ମୋଟୁ ଓ ଆଇନସେବା ପ୍ରତିପକ୍ଷ ଓକିଲଙ୍କ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ, ମାଲକାନଗିରି ଓ ମୋଟୁ ର ଓକିଲ ସଂଘ ର ସଭ୍ୟ ଗଣ ଉପସ୍ଥିତ ରହି ଅଦାଲତ କାର୍ଯ୍ୟ ରେ ସମ୍ପୂର୍ଣ ସହଯୋଗ କରିଥିଲେ I
---------------
ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ