ଏକ ସମୃଦ୍ଧ ଓ ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ପ୍ରୟାସ ନିରନ୍ତର ଜାରି ରହିବ - ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୦୧ ଜୁନ (ହି.ସ) - ଭୁବନେଶ୍ୱର ୟୁନିଟ–୨ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ଜନ ଶୁଣାଣି'' କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରାଯାଇଛି
dtg


ଭୁବନେଶ୍ୱର, ୦୧ ଜୁନ (ହି.ସ) - ଭୁବନେଶ୍ୱର ୟୁନିଟ–୨ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ଜନ ଶୁଣାଣି' କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରାଯାଇଛି। ସେସବୁର ଯଥାଶୀଘ୍ର ସମାଧାନ ସହ ଲୋକଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ପାଇଁ ଆବଶ୍ୟକୀୟ ବ୍ୟବସ୍ଥା ଗ୍ରହଣ ନିମନ୍ତେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏସମ୍ପର୍କରେ ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ସରକାର ଓ ଜନତାଙ୍କ ମଧ୍ୟରେ ଥିବା ବ୍ୟବଧାନକୁ ଦୂର କରି, ବ୍ୟବସ୍ଥାକୁ ସିଧାସଳଖ ଆପଣଙ୍କ ପାଖରେ ପହଂଚାଇବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ଆମ ସରକାରରେ ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ଅଧିକ ତ୍ୱରିତ ଓ ସରଳ କରାଯାଇଛି। ଜନଶୁଣାଣି ମାଧ୍ୟମରେ ପ୍ରଶାସନ ଓ ଜନତାଙ୍କ ମଧ୍ୟରେ ଥିବା ଦୂରତ୍ୱ କମାଇ, ବ୍ୟବସ୍ଥାକୁ ଆପଣଙ୍କ ନିକଟତର କରିବା ପାଇଁ ଆମେ ନିରନ୍ତର କାର୍ଯ୍ୟ କରୁଛୁ।

ଏହି କ୍ରମରେ ଆଜି ଭୁବନେଶ୍ୱର ୟୁନିଟ–୨ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ଜନ ଶୁଣାଣି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଭାଇଭଉଣୀଙ୍କ ସମସ୍ୟା ଶୁଣିଲି। ସେସବୁର ଯଥାଶୀଘ୍ର ସମାଧାନ ସହ ପ୍ରତ୍ୟେକଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଦୃଢ଼ ନିର୍ଦ୍ଦେଶ ଦେଇଛି। ପ୍ରଶାସନକୁ ସମ୍ପୂର୍ଣ୍ଣ ସ୍ୱଚ୍ଛ ଓ ଉତରଦାୟୀ କରି, ଏକ ସମୃଦ୍ଧ ଓ ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ଆମର ଏହି ପ୍ରୟାସ ନିରନ୍ତର ଜାରି ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande