ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
ବଲାଙ୍ଗୀର, ୦୧ ଜୁନ୍(ହି.ସ.) – ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆଜି ଜିଲ୍ଲା ପଂଚାୟତ ସାଧନ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ସାଧାରଣ ଲୋକମାନେ ନିଜ ସମସ୍ୟା ଓ ଅଭିଯୋଗଗୁଡ଼ିକୁ ସିଧାସଳଖ ଭାବରେ ଜିଲ୍ଲା ପ୍ରଶାସନଙ୍କ ନଜରକୁ ଆଣିଥିଲେ। ଏଥିରେ ଜିଲ୍ଲ
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ


ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ


ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ


ବଲାଙ୍ଗୀର, ୦୧ ଜୁନ୍(ହି.ସ.) – ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆଜି ଜିଲ୍ଲା ପଂଚାୟତ ସାଧନ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ସାଧାରଣ ଲୋକମାନେ ନିଜ ସମସ୍ୟା ଓ ଅଭିଯୋଗଗୁଡ଼ିକୁ ସିଧାସଳଖ ଭାବରେ ଜିଲ୍ଲା ପ୍ରଶାସନଙ୍କ ନଜରକୁ ଆଣିଥିଲେ। ଏଥିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହିମାଂଶୁ ବେହେରା ବିଭିନ୍ନ ଅଂଚଳରୁ ଆସିଥିବା ଲୋକଙ୍କ ସମସ୍ୟା ଓ ଅଭିଯୋଗଗୁଡ଼ିକୁ ଶୁଣିଥିଲେ। ଜିଲ୍ଲାପାଳ ସମସ୍ତ ଅଭିଯୋଗ ଶୁଣାଣୀ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଅଭିଯୋଗ ଗୁଡିକର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ବଲାଙ୍ଗୀରରେ ଜାରି ରହିଥିବା ପ୍ରଚଣ୍ଡ ଖରା ଓ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏହି ସ୍ଥିତିକୁ ବିଚାର କରି ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଜନଶୁଣାଣୀ ଶିବିରକୁ ଆସୁଥିବା ଅଭିଯୋଗକାରୀଙ୍କ ପାଇଁ ଏକ ସ୍ୱତନ୍ତ୍ର ଅନୁକୂଳ ପରିବେଶ ସୃଷ୍ଟି କରାଯାଇଛି। ସେମାନଙ୍କ ପାଇଁ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ଏବଂ ଦହି-ଚଲା ବଂଟନ ସହ ବସିବା ପାଇଁ ସ୍ୱତନ୍ତ୍ର ଶୀତତାପ ନିୟନ୍ତ୍ରିତ କକ୍ଷର ସୁବ୍ୟବସ୍ଥା କରାଯାଇଛି। ଦୂରଦୂରାନ୍ତରୁ ଆସିଥିବା ଅଭିଯୋଗକାରୀଙ୍କୁ ଗ୍ରୀଷ୍ମ ଲହରୀରୁ ରକ୍ଷା କରିବା ପାଇଁ ପ୍ରଶାସନର ଏହି ଜନହିତକର ପଦକ୍ଷେପକୁ ସବୁ ମହଲରେ ସ୍ୱାଗତ କରାଯାଇଛି।

ଆଜିର ଶିବିରରେ ମୋଟ ୭୬ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିରୁ ୬୬ଟି ବ୍ୟକ୍ତିଗତ ଏବଂ ୧୦ଟି ସାମୂହିକ ଅଭିଯୋଗ ଥିଲା। ତଦ୍ମଧ୍ୟରୁ ୯ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଏହି ଶୁଣାଣି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ତରଣୀ ସୁନା, ବଲାଙ୍ଗୀର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ପରିବାର କଲ୍ୟାଣ ଅଧିକାରୀ ପୁଷ୍ପାଞ୍ଜଳି ମିଶ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରତାପ ଚନ୍ଦ୍ର ମହାନ୍ତି, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଧୀରେନ ସିଂ ବରିହା, ଡେପୁଟି କଲେକ୍ଟର ନିବେଦିତା ସ୍ୱାଇଁ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶୋଭିନା ଭୋଇ, ଏସିଏଫ୍ ସୁମନ ମାଝି, ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝିଙ୍କ ସହିତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande