
ଭୁବନେଶ୍ୱର, ୧ ଜୁନ୍ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଜୁନ୍ ୨ ତାରିଖ ଠାରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ଓ ଗୁଳୁଗୁଳି ନେଇ ୨ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ।
ଅନୁରୂପ ଭାବେ ଗରମ ଓ ଗୁଳୁଗୁଳି ନେଇ ୩ ତାରିଖ ୧୧ ଜିଲ୍ଲା, ୪ ତାରିଖ ୧୧ ଜିଲ୍ଲା, ୫ ତାରିଖ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିन ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ