ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର
ଖୋର୍ଦ୍ଧା, ୧ ଜୁନ୍ (ହି.ସ.)- ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜ ଏବଂ ନୂତନ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିବା ଆରକ୍ଷୀ ଅଧିକ୍ଷକ ପାରମାଣିକସ୍ମିତ୍ ପୁରୁଷୋତ୍ତମ ଦାସଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇ
Janasunani


ଖୋର୍ଦ୍ଧା, ୧ ଜୁନ୍ (ହି.ସ.)- ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜ ଏବଂ ନୂତନ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିବା ଆରକ୍ଷୀ ଅଧିକ୍ଷକ ପାରମାଣିକସ୍ମିତ୍ ପୁରୁଷୋତ୍ତମ ଦାସଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋର୍ଦ୍ଧା ସଂକଳ୍ପ ସ୍ଵସ୍ତିକ ସାହୁ, ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀତପା ମିଶ୍ର, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ପ୍ରମୁଖ ଆଜିର ଏହି ପ୍ରଶାସନିକ ଜନ ଅଭିଯୋଗ ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ଜିଲ୍ଲାପାଳଙ୍କୁ ସହଯୋଗ ପ୍ରଦାନ କରିଥିଲେ l ଆଜିର ଅଭିଯୋଗ ଶିବିରକୁ ମୋଟ ୮୫ଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୭୩ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୨ଟି ଗ୍ରାମୀଣ ସମସ୍ୟାଜନିତ ଅଭିଯୋଗ ଥିଲା l ଜିଲ୍ଲାପାଳ ଅଭିଯୋଗ ଶିବିରରେ ୧୪ଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ l ଜିଲ୍ଲାପାଳ ଶ୍ରୀ ଋତୁରାଜ ଚିକିତ୍ସା ନିମନ୍ତେ କୁମାଣ୍ଡୋଳା ଗ୍ରାମ ପଞ୍ଚାୟତ, ବାଣପୁର ବ୍ଲକ୍ ଅଭିଯୋଗକାରୀ ମଞ୍ଜୁ ବେହେରାଙ୍କୁ କର୍କଟ ରୋଗ ଚିକିତ୍ସା ନିମନ୍ତେ ୧୫ ହଜାର ଏବଂ ଗୁରୁଜଙ୍ଗା ଗ୍ରାମ ପଞ୍ଚାୟତ, ଖୋର୍ଦ୍ଧା ବ୍ଲକର ଛବି ଦାସଙ୍କୁ ଆତ୍ମ ନିଯୁକ୍ତି ନିମନ୍ତେ ୧୫ ହଜାରକୁ ନେଇ ମୋଟ ୩୦ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ରାଶି ପ୍ରଦାନ କରିଥିଲେ l ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ l

ଏହି ଜନଶୁଣାଣି ଶିବିରରେ ବିଭିନ୍ନ ବିଭାଗର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ, ସମସ୍ତ ବି ଡି ଓ, ତହସିଲଦାର, ଜନ ପ୍ରତିନିଧି ବୃନ୍ଦ ଓ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ l

ହିନ୍ଦୁସ୍ଥାନ ସମାଚାର / ରାକେଶ


 rajesh pande