
ଜୟପୁର, ୨ ଜୁନ୍ (ହି.ସ.)- ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ପକ୍ଷରୁଆଜି ଚଢଉ କରି ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ଜଣକ ହେଲା ଫାମ୍ପୁଣି ଗ୍ରାମର ଜଳେନ୍ଦ୍ର ହରିଜନ । ଦେଶି ମଦ ଚାଲାଣ ହେଉଥିବା ସୂଚନା ପାଇ ଜୟପୁର ଅବକାରି ଥାନା ପକ୍ଷରୁ ଆଜି ଫାମ୍ପୁଣି ରାସ୍ତାରେ ଚଢଉ କରାଯାଇଛି । ଚଢଉ କରି ୧୮ ଲିଟର ଦେଶି ମଦ ଜବତ କରିଛି । ଗିରଫ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୂଚନା ଦେଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପିକେପି