
ଭୁବନେଶ୍ୱର, ୨ ଜୁନ୍ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ନୟାଗଡ଼, ବୌଦ୍ଧ, ଗଞ୍ଜାମ, ଗଜପତି ।
ଅନୁରୂପ ଭାବେ ଗରମ ଓ ଗୁଳୁଗୁଳି ନେଇ ୩ ତାରିଖ ୧୧ ଜିଲ୍ଲା, ୪ ତାରିଖ ୧୧ ଜିଲ୍ଲା, ୫ ତାରିଖ ୧୧ ଜିଲ୍ଲା ଏବଂ ୬ ତାରିଖ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ