କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨ ଜୁନ୍ (ହି.ସ.)- ଆଗାମୀ ୫ ଦିନ ଅର୍ଥାତ୍ ଜୁନ୍ ୨ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲା(ସୁନ୍ଦରଗ
କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨ ଜୁନ୍ (ହି.ସ.)- ଆଗାମୀ ୫ ଦିନ ଅର୍ଥାତ୍ ଜୁନ୍ ୨ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲା(ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଳାହାଣ୍ଡି, ନବରଙ୍ଗପୁର) କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲା(ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା (କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୨୧ ଜିଲ୍ଲା, ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୩୦ ଜିଲ୍ଲା ଏବଂ ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande