
ଭୁବନେଶ୍ୱର, ୨୧ ଜୁନ୍ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ୨୧ ତାରିଖ ଅର୍ଥାତ୍ ଆଜି ପାଇଁ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଗରମ ରାତି ନେଇ ଆଜି ପାଇଁ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ