
ଭୁବନେଶ୍ୱର, ୨୧ ଜୁନ୍ (ହି.ସ.)- ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲା(ରାୟଗଡ଼ା, କୋରାପୁଟ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଭୀଷଣ ବର୍ଷା ନେଇ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା (ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ