କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୧ ଜୁନ୍ (ହି.ସ.)- କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୧ ଜୁନ୍ (ହି.ସ.)- କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା(ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୩୦ ଜିଲ୍ଲା, ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୩୦ ଜିଲ୍ଲା ଏବଂ ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande