ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ତାମିଲନାଡୁ ମୁଖ୍ୟ ସଚିବଙ୍କ ସହିତ କଥା ହେଲେ ଓଡ଼ିଶା ମୁଖ୍ୟ ସଚିବ ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ ଭୁବନେଶ୍ୱର, 21 ଜୁନ (ହି.ସ.) ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍
ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ


ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ତାମିଲନାଡୁ ମୁଖ୍ୟ ସଚିବଙ୍କ ସହିତ କଥା ହେଲେ ଓଡ଼ିଶା ମୁଖ୍ୟ ସଚିବ

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

ଭୁବନେଶ୍ୱର, 21 ଜୁନ (ହି.ସ.) ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣା ବିଷୟରେ ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାରେ ସେ ଅତ୍ୟନ୍ତ ମର୍ମାହତ। ଏହି ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକମାନଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ଆହତ ଓଡ଼ିଆ ଶ୍ରମିକମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଦୁର୍ଘଟଣାଗ୍ରସ୍ତ ଶ୍ରମିକମାନଙ୍କ ସହାୟତା ପାଇଁ ଓଡ଼ିଶା ସରକାର ନିରନ୍ତର ତାମିଲନାଡୁ ପ୍ରଶାସନ ସହ ଯୋଗାଯୋଗରେ ଅଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ତାମିଲନାଡୁର ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରି ଯେପରି ଓଡ଼ିଆ ଶ୍ରମିକ ମାନଙ୍କ ଉପଯୁକ୍ତ ଚିକିତ୍ସା ହୋଇ ପାରିବ ଏବଂ ଅନ୍ୟାନ୍ୟ ସହାୟତା ଠିକ୍ ଭାବରେ ମିଳି ପାରିବ, ସେ ବିଷୟରେ ଆଲୋଚନା କରିଛନ୍ତି।

ସେଠାରେ ତୁରନ୍ତ ସମନ୍ୱୟ ରକ୍ଷା କରିବା ସହ ଓଡ଼ିଆ ଶ୍ରମିକ ଓ ସେମାନଙ୍କ ପରିବାରକୁ ସମସ୍ତ ପ୍ରକାର ଆବଶ୍ୟକୀୟ ସହଯୋଗ ଯୋଗାଇଦେବା ପାଇଁ ଓଡ଼ିଶା ସରକାରଙ୍କ ତିନି ଜଣ ବରିଷ୍ଠ ଅଧିକାରୀ ତାମିଲନାଡୁର ତିରୁଭଲ୍ଲୁର ଅଭିମୁଖେ ଯାତ୍ରା କରିଛନ୍ତି।

------

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande