
ଜୟପୁର, ୨୧ ଜୁନ୍ (ହି.ସ.)- ସରକାରୀ ମହିଳା ମହାବିଦ୍ୟାଳୟ ପରିସରରେ ଜାତୀୟ ସେବା ଯୋଜନା ଅଧୀନରେ ଦ୍ଵାଦଶ ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଜୟପୁର ଯୋଗ ପରିବାରର ଯୋଗ ଶିକ୍ଷକ ଭାଗିରଥି ପାଣି ମୁଖ୍ୟ ଅତିଥି ଭାବେ ଉପସ୍ଥିତ ରହି ଯୋଗର ମହତ୍ତ୍ଵ, ଉପକାରିତା ସମ୍ପର୍କରେ ସମସ୍ତଙ୍କୁ ଅବଗତ କରିବା ସହିତ ବିଭିନ୍ନ ପ୍ରକାରର ଆସନ ଓ ପ୍ରାଣାୟାମ ଶିକ୍ଷା ଦେଇଥିଲେ।
ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ବିବେକାନନ୍ଦ ସୁନା, ଜାତୀୟ ସେବା ଯୋଜନା ଅଧିକାରୀ ଶ୍ରୀମତୀ ସୁନୀତା କୁମାରୀ ପ୍ରଧାନ ଓ ଶ୍ରୀମତୀ ସୀମା ମହାପାତ୍ରଙ୍କ ସମେତ ଅନ୍ୟାନ୍ୟ ଅଧ୍ୟାପିକା, ଅଧ୍ୟାପକ, କର୍ମଚାରୀ ଏବଂ ଛାତ୍ରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ।
ହିନ୍ଦୁସ୍ଥାନ ସମାଚାର / ପିକେପି