ଅନ୍ତର୍ଜାତୀୟ ଯୋଗ ଦିବସରେ ଛତ୍ରପୁରରେ ଯୋଗାଭ୍ୟାସ କଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା
ଭୁବନେଶ୍ୱର, 21 ଜୁନ (ହି.ସ.) ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଗଞ୍ଜାମ ଜିଲ୍ଲାର ଛତ୍ରପୁରଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶାର ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଯୋଗଦେଇ ଯୋଗାଭ୍ୟାସ କରିଥିଲେ। ଏହି ଅବସରରେ ସ୍ଥାନୀୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଗଞ୍ଜାମ ଜିଲ୍ଲାପାଳ ଭ
ଅନ୍ତର୍ଜାତୀୟ ଯୋଗ ଦିବସରେ ଛତ୍ରପୁରରେ ଯୋଗାଭ୍ୟାସ କଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା


ଭୁବନେଶ୍ୱର, 21 ଜୁନ (ହି.ସ.) ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଗଞ୍ଜାମ ଜିଲ୍ଲାର ଛତ୍ରପୁରଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶାର ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଯୋଗଦେଇ ଯୋଗାଭ୍ୟାସ କରିଥିଲେ।

ଏହି ଅବସରରେ ସ୍ଥାନୀୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତିଭାସନ ଏବଂ ବହୁ ସଂଖ୍ୟକ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ରହି ଯୋଗାଭ୍ୟାସରେ ସାମିଲ ହୋଇଥିଲେ।

ଏହି ଅବସରରେ ଶ୍ରୀ ଜେନା କହିଛନ୍ତି ଯେ, ଯୋଗ ହେଉଛି ମାନବ ଶରୀର, ମନ ଓ ଆତ୍ମାକୁ ସନ୍ତୁଳିତ କରୁଥିବା ଏକ ଦିବ୍ୟ ସାଧନା। ଭାରତର ଏହି ପ୍ରାଚୀନ ଓ ମହାନ ପରମ୍ପରା ଆଜି ବିଶ୍ୱସ୍ତରରେ ସ୍ୱୀକୃତି ଲାଭ କରି ସମଗ୍ର ମାନବ ସମାଜକୁ ସୁସ୍ଥ ଓ ନିରୋଗ ରଖିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ସେ ଦୈନନ୍ଦିନ ଜୀବନରେ ଯୋଗକୁ ସାମିଲ କରିବା ସହ ଏକ ସୁସ୍ଥ ଓ ସଚେତନ ସମାଜ ଗଠନ ପାଇଁ ସମସ୍ତଙ୍କୁ ଆହ୍ୱାନ ଜଣାଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande