ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କେନ୍ଦୁଝର, ୨୧ ଜୁନ୍(ହି.ସ.) – ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି ସ୍ଥାନୀୟ ଶଙ୍କରପୁରସ୍ଥିତ ଧରଣୀଧର କ୍ରୀଡ଼ା ପରିସର ଠାରେ ଜିଲ୍ଲା କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଓ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇ
Yogaday


ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ

କେନ୍ଦୁଝର, ୨୧ ଜୁନ୍(ହି.ସ.) – ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି ସ୍ଥାନୀୟ ଶଙ୍କରପୁରସ୍ଥିତ ଧରଣୀଧର କ୍ରୀଡ଼ା ପରିସର ଠାରେ ଜିଲ୍ଲା କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଓ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମବେତ ଯୋଗାଭ୍ୟାସ କରିବା ସହିତ ଅନନ୍ୟ ଭାରତୀୟ ପରମ୍ପରା ଯୋଗକୁ ବିଶ୍ୱ ଦରବାରରେ ବିଦିତ କରି ଆନ୍ତର୍ଜାତିକ ସ୍ତରରେ ଏହାର ପ୍ରଚାର ପ୍ରସାର କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଜୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ ଭିଡିଓ କନଫରେନସିଂ ମାଧ୍ୟମରେ କୋଲକାତାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଉଦବୋଧନର ସିଧାପ୍ରସାରଣକୁ ପ୍ରଦର୍ଶିତ କରାଯାଇଥିଲା।

ଏହି ସାମୁହିକ ଯୋଗାଭ୍ୟାସରେ ସାଂସଦ ଶ୍ରୀ ଅନନ୍ତ ନାୟକ, ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ତେଲକୋଇ ବିଧାୟକ ଡାକ୍ତର ଫକୀର ମୋହନ ନାଏକ, ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହ, ବନଖଣ୍ଡ ଅଧିକାରୀ ଶ୍ରୀ ଧନରାଜ ଏଚଡ଼ି, ଅତିରିକ୍ତ ଜିଲ୍ଲାପାଳ ମନ୍ଦରଧର ମହାଳିକ, ଉପଜିଲ୍ଲାପାଳ ଉମାଶଙ୍କର ଦଳାଇ, ଡେପୁଟି କଲେକ୍ଟର ସଂଗ୍ରାମ କେଶରୀ ପରିଡ଼ା, ଅଭିଳାଷ ପୁରୋହିତଙ୍କ ସମେତ ଅନ୍ୟ ପ୍ରଶାସନିକ ଅଧିକାରୀ, କର୍ମଚାରୀ ଓ ପ୍ରାୟ ୧ ହଜାର ଜନସାଧାରଣମାନେ ଯୋଗାଭ୍ୟାସ କରିଥିଲେ। ଯୋଗକୁ ନିଜ ଦୈନନ୍ଦିନ ଜୀବନରେ ସାମିଲ କରିବା ପାଇଁ ଏକ ଶପଥପାଠ ଆୟୋଜିତ କରାଯାଇଥିଲା। ପରିଶେଷରେ ଯୋଗ ଦିବସ ପରିପ୍ରେକ୍ଷୀରେ ବିଦ୍ୟାଳୟସ୍ତରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ସରୋଜ କୁମାର ମଲ୍ଲିକ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA


 rajesh pande