
ଭୁବନେଶ୍ୱର, ୨୨ ଜୁନ୍ (ହି.ସ.)- ଆଗାମୀ ୪ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ୨୬ ତାରିଖ ସକାଳ ସୁଦ୍ଧା ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ରାଜ୍ୟର ୮ ଜିଲ୍ଲା(ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କନ୍ଧମାଳ, ରାୟଗଡ଼ା, କୋରାପୁଟ, ବରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୫ ଜିଲ୍ଲା(ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଅନୁରୂପ ଭାବେ ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୫ ଜିଲ୍ଲା(ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨ ଜିଲ୍ଲା(କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨ ଜିଲ୍ଲା(କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ଅର୍ଥାତ୍ ୨୭ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ