ଆଗାମୀ ୫ ଦିନ ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୩ ଜୁନ୍ (ହି.ସ.)- ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ୨୮ ତାରିଖ ସକାଳ ସୁଦ୍ଧା ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲା(ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହ
ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୩ ଜୁନ୍ (ହି.ସ.)- ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ୨୮ ତାରିଖ ସକାଳ ସୁଦ୍ଧା ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲା(ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ଭୀଷଣ ବର୍ଷା ନେଇ ୫ ଜିଲ୍ଲା(କଟକ, ନୟାଗଡ଼, ଗଜପତି, ରାୟଗଡ଼ା, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ଭୀଷଣ ବର୍ଷା ନେଇ ୪ ଜିଲ୍ଲା(ବଲାଙ୍ଗିର, କଳାହାଣ୍ଡି, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ଭୀଷଣ ବର୍ଷା ନେଇ ୭ ଜିଲ୍ଲା ଏବଂ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande