
ଭୁବନେଶ୍ୱର, ୨୩ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ନବରଙ୍ଗପୁର ଜିଲ୍ଲାର ତେନ୍ତୁଳିଖୁଂଟିରେ ସର୍ବାଧିକ ୭୨.୦ ମି.ମି. ବର୍ଷା ରେକର୍ଡ ହୋଇଛି ।
ସେହିପରି ସମ୍ବଲପୁର ଜିଲ୍ଲାର ବାମରାରେ ୬୪.୪ ମି.ମି., ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡିରେ ୫୩.୦ ମି.ମି., କୋରାପୁଟ ଜିଲ୍ଲାର କୋରାପୁଟରେ ୫୧.୦ ମି.ମି., ନୂଆପଡା ଜିଲ୍ଲାର ସିନାପାଲିରେ ୪୮.୦ ମି.ମି., ବଲାଙ୍ଗିର ଜିଲ୍ଲାର ସଇଁତଳାରେ ୪୧.୦ ମି.ମି., ନୂଆପଡା ଜିଲ୍ଲାର କୋମନାରେ ୩୮.୦ ମି.ମି., କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡାରେ ୩୬.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ୩୩.୦ ମି.ମି., ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୩୨.୨ ମି.ମି., ବରଗଡ଼ ଜିଲ୍ଲାର ପଦମପୁରରେ ୩୨.୦ ମି.ମି., କୋରାପୁଟ ଜିଲ୍ଲାର ବୋରିଗୁମ୍ମାରେ ୩୧.୪ ମି.ମି. ଏବଂ ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡିରେ ୩୦.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ