ଫିରିଙ୍ଗିଆ ପଂଚାୟତ ମହାବିଦ୍ୟାଳୟ ରେ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଅନୁଷ୍ଠିତ
SRI Programe in Phiringia College
ଫୋଟ


କନ୍ଧମାଳ , ୨୩ ଜୁନ୍ (ହି.ସ.) - କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଫିରିଙ୍ଗିଆ ପଂଚାୟତ ମହାବିଦ୍ୟାଳୟ ପରିସରରେ ରେ ଯୁକ୍ତ ଦୁଇ ଓ ଯୁକ୍ତ ତିନି ଛାତ୍ର ଛାତ୍ରୀ ମାନଙ୍କୁ ନେଇଁ ଏକ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଫିରିଙ୍ଗିଆ ଗୋଷ୍ଠୀ ଉର୍ନ୍ନୟନ ଅଧିକାରୀ ଅନୁପ ଅଭିଷେକ ବେହେରା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆରମ୍ଭ କରିବା ସହ ଭୋଟର ମାନଙ୍କ ଦାୟିତ୍ୱ କର୍ତବ୍ୟ ତଥା ଦେଶ ଗଠନ ରେ ଛାତ୍ର ଛାତ୍ରୀ ମାନଙ୍କ ଆବଶ୍ୟକତା ସମ୍ପର୍କରେ ଛାତ୍ର ଛାତ୍ରୀ ମାନଙ୍କୁ ସବିଶେଷ ତଥ୍ୟ ପ୍ରଦାନ କରିଥିଲେ । ଯୋଗ୍ୟ ଭୋଟଦାତା ହିଁ ଭବିଷ୍ୟତ ନିର୍ମାଣ ରେ ରେ ସହାୟକ ହୋଇ ପାରିବେ ବୋଲି ମତ ଉପସ୍ଥାପନ କରିଥିଲେ ଳ ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡଃ ଚିତରଞ୍ଜନ ମିଶ୍ର ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ସ୍ନାତକ ମହାବିଦ୍ୟାଳୟ ର ଅଧ୍ୟକ୍ଷ ନବଘନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ, ଅଧ୍ୟାପିକା କର୍ମଚାରୀ ତଥା ଦୁଇ ସହ ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ଉପସ୍ଥିତ ରହି କାର?୍ୟ୍ୟକ୍ରମ କୁ ସଫଳ କରିଥିଲେ ।

ହିନ୍ଦୁସ୍ଥାନ ସମାଚାର / ପ୍ରଶାନ୍ତ


 rajesh pande