ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୫ ଜୁନ୍ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୨୮ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ସମସ୍ତ ୧୭ ଜିଲ୍
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୫ ଜୁନ୍ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୨୮ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ସମସ୍ତ ୧୭ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ନୂଆପଡା)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande