

ଝାରସୁଗୁଡା, ୨୬ ଜୁନ୍ (ହି.ସ.)- କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଝାରସୁଗୁଡ଼ା ଜିଲ୍ଲା ବିଜେପି ପକ୍ଷରୁ ଏକ ଘରୋଇ ହୋଟେଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା। ଶିବିରରେ ମୋଟ ୫୮ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ବିଜେପି କର୍ମୀମାନେ ଉତ୍ସାହର ସହ ରକ୍ତଦାନ କରି ଏହି ମହତ୍ କାର୍ଯ୍ୟରେ ସାମିଲ ହୋଇଥିଲେ। ଏହି ଅବସରରେ କେକ୍ କାଟି ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ପାଳନ କରାଯିବା ସହ ତାଙ୍କର ସୁସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରି ପୂଜାର୍ଚ୍ଚନା ମଧ୍ୟ କରାଯାଇଥିଲା।
ବିଧାୟକ ଟଙ୍କଧର ତ୍ରିପାଠୀ କହିଥିଲେ ଯେ, ରକ୍ତଦାନ ମହାଦାନର ବାର୍ତ୍ତାକୁ ସମାଜରେ ପହଞ୍ଚାଇବା ସହ ଆବଶ୍ୟକ ସମୟରେ ରୋଗୀଙ୍କୁ ରକ୍ତ ଯୋଗାଇବାରେ ସହଯୋଗ କରିବା ଉଦ୍ଦେଶ୍ୟରେ ଏଭଳି ଶିବିରର ଆୟୋଜନ କରାଯାଇଛି।
ଶିବିରରେ ଝାରସୁଗୁଡ଼ା ଟାଉନ ମଣ୍ଡଳ ସଭାପତି ବିମଳେନ୍ଦୁ ଭୋଲ, ଅରବିନ୍ଦ ପାଠକ, ଜିଲ୍ଲା ସାଧାରଣ ସମ୍ପାଦକ ପ୍ରେମସେନ ରାୟ, ବିବେକ ଶ୍ରୀବାସ, ନେତାଜୀ ପଟ୍ଟନାୟକଙ୍କ ସମେତ ବହୁ ସଂଖ୍ୟକ ବିଜେପି କର୍ମୀ ଉପସ୍ଥିତ ଥିଲେ।
ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ