
ଝାରସୁଗୁଡା, ୨୬ ଜୁନ୍ (ହି.ସ.)- ଝାରସୁଗୁଡା ଜିଲ୍ଲାପାଳ କୁଣlଲ ମୋତିରାମ ଚୱlଣ ଲଖନପୁର ବ୍ଲକ ଅନ୍ତର୍ଗତ ଭିକମପାଲି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଏବଂ ପଲସଦା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ସେଠାରେ ଚାଲିଥିବା ବିଭିନ୍ନ କାର୍ଯ୍ୟ ଓ ସେବା ସମ୍ପର୍କରେ ସମୀକ୍ଷା କରିଥିଲେ।
ଭିକମପାଲି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପରିଦର୍ଶନ ସମୟରେ ଜିଲ୍ଲାପାଳ ଜମିଜମା ସମ୍ବନ୍ଧୀୟ ରେକର୍ଡ, ରାଜସ୍ୱ ସେବା ପ୍ରଦାନ ଓ ସାଧାରଣ ଲୋକଙ୍କ ଅଭିଯୋଗର ତ୍ୱରିତ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ। ସରକାରୀ ସେବାକୁ ଅଧିକ ସ୍ୱଚ୍ଛ ଓ ଲୋକାଭିମୁଖୀ କରିବା ପାଇଁ ସମ୍ପୃକ୍ତ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ଆବଶ୍ୟକ ପରାମର୍ଶ ଦେଇଥିଲେ। ପରେ ସେ ପଲସଦା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ସେଠାରେ ଉପଲବ୍ଧ ସ୍ୱାସ୍ଥ୍ୟସେବା, ରୋଗୀମାନଙ୍କୁ ଦିଆଯାଉଥିବା ଚିକିତ୍ସା ସୁବିଧା, ଔଷଧ ଉପଲବ୍ଧତା ଓ ପରିମଳ ବ୍ୟବସ୍ଥାର ସମୀକ୍ଷା କରିଥିଲେ। ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସୁଥିବା ରୋଗୀମାନଙ୍କୁ ଉନ୍ନତ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ସମ୍ପୃକ୍ତ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ପରିଦର୍ଶନ ଅବସରରେ ସମ୍ପୃକ୍ତ ବିଭାଗର ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ।
ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ