
ଭୁବନେଶ୍ୱର, ୨୬ ଜୁନ୍ (ହି.ସ.)- ଜୁନ୍ ୨୬ ତାରିଖ ସକାଳ ଠାରୁ ଜୁଲାଇ ୧ ତାରିଖ ସକାଳ ସକାଳ ସୁଦ୍ଧା ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା (କୋରାପୁଟ, କନ୍ଧମାଳ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା (କନ୍ଧମାଳ, ରାୟଗଡ଼ା, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖ ସକାଳ ଠାରୁ ଜୁଲାଇ ୧ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା (ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ