
ଭୁବନେଶ୍ୱର, ୨୬ ଜୁନ୍ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, ଗଞ୍ଜାମ, ଗଜପତି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ